Jai Odisha
News

ଆଇପିଏଲ୍‌ ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚ୍‌: ରୟାଲ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ

ଅହମ୍ମଦାବାଦ,୨୭/୦୫: ଚଳିତ ଆଇପିଏଲ୍‌ରେ ଦ୍ୱିତୀୟ କ୍ୱାଲିଫାୟର ମୁକାବିଲା  , ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ରାଜସ୍ଥାନ ରୟାଲ୍ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିବେ । ଏହି ମ୍ୟାଚ୍‌ର ବିଜେତା ଫାଇନାଲ୍‌କୁ ଉନ୍ନୀତ ହେବ । ପରାଜିତ ଦଳ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କରିବ । ରୟାଲ୍‌ ଚ୍ୟାଲେଞ୍ଜର୍ସ ପ୍ରଥମ କ୍ୱାଲିଫାୟର ମୁକାବିଲାରେ ଗୁଜରାଟ ଟାଇଟନ୍ସ ଠାରୁ ୫ୱିକେଟ୍‌ରେ ପରାଜିତ ହୋଇଥିଲା । ଅନ୍ୟ ପଟରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ଏଲିମିନେଟର ମୁକାବିଲାରେ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସକୁ ରନ୍‌ରେ ହରାଇଥିଲା । କେବଳ ୩ଷ୍ଟାର୍‌ ଖେଳାଳି ବିରାଟ କୋହଲି, ଫାଫ ଡୁ ପ୍ଲେସି ଓ ଗ୍ଲେନ ମ୍ୟାକ୍ସୱେଲଙ୍କ ପ୍ରଦର୍ଶନରେ ଉନ୍ନତି ଆବଶ୍ୟକ ରହିଛି । ତଥାପି ନୂଆ ତାରକା ରୂପେ ଆବିର୍ଭାବ ହୋଇଥିବା ରଜତ ପତିଦର ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି । ସୁପରଜାଏଣ୍ଟ୍‌ସ ବିପକ୍ଷରେ ତାଙ୍କ ଶତକୀୟ ଇନିଂସକୁ ହୁଏତ ଆଇପିଏଲ୍‌ ଇତିହାସର ଅନ୍ୟତମ ଶ୍ରେଷ୍ଠ ଇନିଂସ ଭାବେ ବିବେଚନା କରାଯିବ ।ଏଲମିନେଟର ମୁକାବିଲାରେ ରୟାଲ୍‌ ଚ୍ୟାଲେଞ୍ଜର୍ସର ପ୍ରଦର୍ଶନକୁ ଦେଖିବା ପରେ ରାଜସ୍ଥାନ ରୟାଲ୍ସର ଚିନ୍ତା ବଢିବା ସ୍ୱାଭାବିକ । ରୟାଲ୍‌ ଚ୍ୟାଲେଞ୍ଜର୍ସର ବୋଲିଂ ବିଭାଗ ବେଶ ଶକ୍ତିଶାଳୀ ରହିଛି । ଜୋସ ହାଜେଲଉଡ୍‌, ମହମ୍ମଦ ସିରାଜ, ହର୍ଷଲ ପଟେଲ ଓ ୱାନିଣ୍ଡୁ ହସରଙ୍ଗା ଘାତକ ସାବ୍ୟସ୍ତ ହେବେ । ଅବଶ୍ୟ ରୟାଲ୍ସ ନିକଟରେ ଯଥେଷ୍ଟ ଦୁର୍ଦ୍ଦର୍ଷ ବ୍ୟାଟର ରହିଛନ୍ତି । ଜୋସ ବଟଲର ସର୍ବାଧିକ ରନ୍‌ ସଂଗ୍ରହ କରିସାରିଛନ୍ତି । ସଞ୍ଜୁ ସାମସନ, ଯସଶ୍ୱୀ ଜୈସ୍ୱାଲ୍‌ ଓ ସିମରନ ହେତମେୟର ଫର୍ମରେ ରହିଛନ୍ତି । ବୋଲିଂ ବିଭାଗ ମଧ୍ୟ ସନ୍ତୁଳିତ ରହିଛି ।ଲିଗ୍‌ ପର୍ଯ୍ୟାୟରେ ଉଭୟ ଦଳ ପରସ୍ପରକୁ ୨ଥର ଭେଟିଥିଲେ । ପ୍ରଥମ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ୪ ୱିକେଟ୍‌ରେ ବିଜୟୀ ହୋଇଥିଲା। ଦ୍ୱିତୀୟ ମୁକାବିଲାରେ ରୟାଲ୍ସ ୨୯ ରନ୍‌ରେ ଜିତିଥିଲା । ତେବେ ମ୍ୟାଚ୍‌କୁ ନେଇ ପୂର୍ବାନୁମାନ କରିବା କଷ୍ଟକର । ବୋଲରମାନେ ମ୍ୟାଚ୍‌ ଫଳାଫଳ ନିର୍ଣ୍ଣୟ କରିବା ଆଶା କରାଯାଉଛି । ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରିବା ଦଳ ଫାଇନାଲ୍‌ରେ ପ୍ରବେଶ କରିବ ।

ରାଜସ୍ଥାନ ରୟାଲ୍ସ: ଯସଶ୍ୱୀ ଜୈସ୍ୱାଲ, ଜୋସ ବଟଲର, ସଞ୍ଜୁ ସାମସନ(ଅଧିନାୟକ), ଦେବଦତ୍ତ ପାଡ଼ିକଲ, ସିମରନ ହେତମେୟର, ରିୟାନ ପରାଗ, ରବି ଚନ୍ଦ୍ରନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ୟୁଝବେନ୍ଦ୍ର ଚହଲ, ପ୍ରସିଦ୍ଧ କ୍ରିଷ୍ଣା, ଓବେଡ୍‌ ମ୍ୟାକ୍‌କୟ ।

ରୟାଲ ଚ୍ୟାଲେଞ୍ଜର୍ସ: ବିରାଟ କୋହଲି, ଫାଫ ଡୁ ପ୍ଲେସି(ଅଧିନାୟକ), ଗ୍ଲେନ ମ୍ୟାକ୍ସୱେଲ୍‌, ଦିନେଶ କାର୍ତ୍ତିକ, ରଜତ ପତିଦର, ମହିପାଲ ଲୋମରର, ସାହବାଜ ଅହମ୍ମଦ, ହର୍ଷଲ ପଟେଲ, ୱାନିଣ୍ଡୁ ହସରଙ୍ଗା, ମହମ୍ମଦ ସିରାଜ, ଜୋସ ହାଜେଲଉଡ

Leave A Reply

Your email address will not be published.