Jai Odisha
News

ଆଜିଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ।

ଆଜିଠାରୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା । ଚଳିତ ବର୍ଷ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିମଧ୍ୟରୁ ରାଜ୍ୟରେ ପ୍ରାୟ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବାର ସୂଚନା ମିଳିଛି । ସକାଳ ସାଢେ ୧୦ଟାରୁ ପରୀକ୍ଷା ଆରମ୍ଭ ହେବ । ଭୁବନେଶ୍ୱରରେ ପରୀକ୍ଷା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଛାତ୍ରଛାତ୍ରୀ ୧୦ଟା ପୂର୍ବରୁ ନିଜ ପରୀକ୍ଷା କେନ୍ଦ୍ରରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ସିବିଏସଇ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭ ଲଗାଯାଇଛି । ଦଶମ ପରୀକ୍ଷା ମାର୍ଚ୍ଚ ୧୩ ତାରିଖ ଯାଏଁ ଚାଲିବାକୁ ଥିବା ବେଳେ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ ।

Leave A Reply

Your email address will not be published.