Jai Odisha
News

ଆଜି ଠାରୁ ଦର୍ଶକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ୱର,୧ା୧ : ଜାନୁୟାରୀ ୨୦୨୩ର ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।ଆଜି ନୂଆ ବର୍ଷ ରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସୃଷ୍ଟି କରିଛି। ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ।

 

Leave A Reply

Your email address will not be published.