Jai Odisha
News

ଆଜି ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ପ୍ରଶିକ୍ଷଣ କର୍ମଶାଳା

ଭୁବନେଶ୍ୱର,୦୨/୦୬:ଆଜି ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ପ୍ରଶିକ୍ଷଣ କର୍ମଶାଳା କିଟ୍‌ ବିଶ୍ୱବିଦ୍ୟାଳୟ ସମ୍ମେଳନ କକ୍ଷରେ ଆୟୋଜିତ ହେବ । ଆଜି ଏହି କର୍ମଶାଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ ।  ଓଡ଼ିଶାରେ ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିମାନଙ୍କୁ ନେଇ ରାଜ୍ୟସ୍ତରୀୟ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣ କର୍ମଶାଳାର ଆୟୋଜିତ   ହୋଇଛି  । ଏଥିରେ ରାଜ୍ୟର ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତି, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟେକ ବ୍ଲକରୁ ଜଣେ ଲେଖାଏଁ ସରପଞ୍ଚ ଯୋଗଦେବେ । ରାଜ୍ୟରେ ନିର୍ବାଚିତ ସମସ୍ତ ୧ ଲକ୍ଷ ୬ ହଜାର ୩୫୨ ପଞ୍ଚାୟତ ଜନପ୍ରତିନିଧିଙ୍କୁ ପ୍ରାରମ୍ଭିକ ପ୍ରଶିକ୍ଷଣ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ଜିଲ୍ଲା ପରିଷଦ ସଭାପତିଙ୍କ ନିମନ୍ତେ ୨ ଦିନ, ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ସଦସ୍ୟଙ୍କ ପାଇଁ ୩ ଦିନ, ସରପଞ୍ଚଙ୍କ ଲାଗି ୫ ଦିନ ଏବଂ ୱାର୍ଡ ସଦସ୍ୟ ୩ ଦିନ ପ୍ରଶିକ୍ଷଣ ନେବେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଗୁଡିକ ଆଗାମୀ ଦିନରେ ରାଜ୍ୟ ଓ ଜିଲ୍ଲାସ୍ତରରେ ଅନୁଷ୍ଠିତ ହେବ । ଏହି ପ୍ରଶିକ୍ଷଣ କର୍ମଶାଳାରେ ସାମଗ୍ରିକ ଆଭିମୁଖ୍ୟକୁ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସହିତ ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, କୃଷି ଓ କୃଷକ ସଶକ୍ତିକରଣ, ମତ୍ସ ଓ ପ୍ରାଣୀ ସଂପଦ ବିକାଶ, କ୍ରୀଡା ଓ ଯୁବସେବା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିକାଶ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ ଓ ସଂଖ୍ୟାଲଘୁ ସଂପ୍ରଦାୟ କଲ୍ୟାଣ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯୋଜନା ସମ୍ପର୍କରେ ଆଲୋଚନା କରାଯିବ । ଉଦ୍‌ଘାଟନୀ କର୍ମଶାଳାରେ ଓଡ଼ିଶାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀଗଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏମାନଙ୍କ ବ୍ୟତୀତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ ରହିବେ

Leave A Reply

Your email address will not be published.