Jai Odisha
News

ଆଜି ପଞ୍ଚୁକର ତୃତୀୟ ଦିବସ,ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

ପୁରୀ,୦୬/ ୧୧:  ଆଜି ପଞ୍ଚୁକର ତୃତୀୟ ଦିବସ,ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ   । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ଆଜି  ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ତ୍ରିବିକ୍ରମ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ ।ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ ।  ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।

Leave A Reply

Your email address will not be published.