Jai Odisha
News

ଆଜି ପଞ୍ଚୁକର ଦ୍ୱିତୀୟ ଦିନ ,ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ, ୫/୧୧ :ଆଜି ପଞ୍ଚୁକର ଦ୍ୱିତୀୟ ଦିନ । ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ବାଙ୍କଚୂଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ।  ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ।  ଏହି ଦିନ ଆବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି ।   ପଞ୍ଚୁକର ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ଏହି ବେଶ ହୋଇଥାଏ ।  ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ, ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ ।  ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ପୁରୀ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା(ବେଣୀ)ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ଏହି ବେଶରେ ଏକ ସ୍ବର୍ଣ୍ଣ କିରଟି ଠାକୁରଙ୍କ କପାଳର ଶୀର୍ଷ ଭାଗରେ ଶୋଭା ପାଇଥାଏ ।

Leave A Reply

Your email address will not be published.