Jai Odisha
News

ଆଜି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧ା୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ତିନିଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ବୁଧବାର ଦିଲ୍ଲୀରେ ପହଞ୍ଚିବା ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଭେଟଘାଟ କାର୍ଯ୍ୟକ୍ରମ ରହିଛି । ଓଡ଼ିଶାର ଯାହା ଦାବି ରହିଛି ତାହା ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିବି। ଏଥିସହ ଦିଲ୍ଲୀ ଗସ୍ତକାଳରେ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି।ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ଦିନିଆ ଗସ୍ତ‌ରେ ଆସି ବୁଧବାର ଦିନ ଦିଲ୍ଲୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସାମ୍ବାଦିକମାନଙ୍କୁ ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ଅବସରରେ ସେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି ଉପସ୍ଥାପନ କରିବେ ବୋଲି କହିଛନ୍ତି। ହେଲେ ନିର୍ଦ୍ଦିଷ୍ଟ ଭାବେ ସେ କେଉଁ ସବୁ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବେ ସେ ନେଇ ମୁଖ୍ୟମନ୍ତ୍ରୀ କୌଣସି ସୂଚନା ଦେଇନାହାନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀରେ ଓଡ଼ିଶାର କେନ୍ଦ୍ର ନିକଟରେ ପଡ଼ିରହିଥିବା ବିଭିନ୍ନ ପ୍ରସ୍ତାବ ଓ ଦାବିଗୁଡ଼ିକର ସମୀକ୍ଷା କରିବେ। ଏଥି ସହିତ ଦିଲ୍ଲୀ ରହଣି କାଳରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀମାନଙ୍କ ସହିତ ସାକ୍ଷାତ ଆଲୋଚନା କରିବାର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ।

Leave A Reply

Your email address will not be published.