Jai Odisha
News

ଆଜି ବାଜପେୟୀଙ୍କର ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି , ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬/୮ : ଆଦର୍ଶ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ଆଜି ଦେଶ ମନେ ପକାଉଛି । ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ନେତା ଅଟଳ ସମାଧି ସ୍ଥଳରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଆରମ୍ଭ କରି ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପର୍ଯ୍ୟନ୍ତ ମୋଦୀ ସରକାରଙ୍କ ସମସ୍ତ ମନ୍ତ୍ରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ପ୍ରଧାନମନ୍ତ୍ରୀଙ୍କ ସହ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଲୋକସଭା ବାଚସ୍ପତି ଓମ ବିର୍ଲା ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ |   ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ବାଜପେୟୀଙ୍କ ସମାଧୀ ସ୍ଥଳରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

Leave A Reply

Your email address will not be published.