Jai Odisha
News

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି,୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୦୩/୦୮:ଆଜି ଶ୍ରାବଣ ଶୁକ୍ଳ ପଞ୍ଚମୀ ମଳ ତିଥିରେ ବୁଧବାର ଶ୍ରୀବିଗ୍ରହଙ୍କୁ ବନକଲାଗି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ଣ ପ୍ରାୟ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖସିଂହାର କରିବେ। ଏହି ସମୟରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ବନକଲାଗି ନୀତି ସମ୍ପନ୍ନ ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଏହାପରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ।

Leave A Reply

Your email address will not be published.