Jai Odisha
News

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ,ସାଧାରଣ ଦର୍ଶନ ୩ ଘଣ୍ଟା ମନା

ପୁରୀ, ୦୯/୦୩ : ଆଜି ପବିତ୍ର ଫାଲ୍‌ଗୁନ ଶୁଳ୍କପକ୍ଷ ସପ୍ତମୀ ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ । ଏଣୁ ଅପରାହ୍ନରେ ୩ ଘଣ୍ଟା ପାଇଁ ଠାକୁର ଦର୍ଶନ ବନ୍ଦ ରହିବ ।   ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୫ ଟା ଠାରୁ ରାତ୍ର ୮ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିବ।   ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିବ । ମହାସ୍ନାନ ପରେ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ତେବେ  ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି |

Leave A Reply

Your email address will not be published.