Jai Odisha
News

ଆଜି ଶପଥ ନେବେ ସିଦ୍ଦରମେୟା ଓ ଶିବକୁମାର

ନୂଆଦିଲ୍ଲୀ,୨୦ା୫:କଂଗ୍ରେସ ଗଢ଼ିବ ନୂଆ ସରକାର ।  ଆଜି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେବେ ଡିକେ ଶିବକୁମାର । ଏଥିପାଇଁ କଂଗ୍ରେସ ତରଫରୁ ପ୍ରସ୍ତୁତି ଜୋରାଦାର କରାଯାଇଛି ।  ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଜୋରସୋର ଆୟୋଜିତ ହେବାକୁ ଥିବା ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବେ। ଆଜି ଶପଥ ଗ୍ରହଣ ସମାରୋହରେ ପ୍ରାୟ ୨୫ରୁ ୨୮ ମନ୍ତ୍ରୀ ଶପଥ ନେବେ ବୋଲି ଜଣାଯାଇଛି। କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ଏକ ଗ୍ରାଣ୍ଡ ସେଲିବ୍ରିଶନ କରିବାକୁ କଂଗ୍ରେସ ତରଫରୁ ଜୋର ସୋରରେ ପ୍ରସ୍ତୁତି ଚାଲିଛି। ଏହି କାର୍ଯ୍ୟକ୍ରମରେ ୟୁପିଏ ଚେୟାର ପର୍ସନ ସୋନିଆ ଗାନ୍ଧି, ଉଭୟ ରାହୁଲ ଓ ପ୍ରିୟଙ୍କା ଗାନ୍ଧି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଏହାବାଦ କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ମେଣ୍ଟ ସରକାରଙ୍କୁ ମଧ୍ୟ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି ।ସିଦ୍ଦରମୈୟାଙ୍କ ଶପଥ ଗ୍ରହଣ ସମାରୋହକୁ ଏନସିପି ମୁଖ୍ୟ ଶରଦ ପାୱାର, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍, ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି, ଡି ରାଜା, ସୀତାରାମ ୟେଚୁରୀ, କମଲ ହାସନ, କେରଳ ମୁଖ୍ୟମନ୍ତ୍ରୀ ପିନାରୟି ବିଜୟନ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି, ବିଏସପି ସୁପ୍ରିମୋ ମାୟାବତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଏହି ସମାରୋହରେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ, ବିହାର ସିଏମ୍‌ ନିତିଶ କୁମାର, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘଲେ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ, ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କାର୍ଯ୍ୟକ୍ରମରେ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଥିଲେ ବି ସେ ଏଥିରେ ସାମିଲ ହେବେନି ବୋଲି ଜଣାଯାଇଛି। ସେ ନିଜର ଜଣେ ପ୍ରତିନିଧୀ ଏହି କାର୍ଯ୍ୟକ୍ରମକୁ ପଠାଇବେ ବୋଲି ଜଣାଯାଇଛି। ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରାଯାଇ ନ ଥିବା ଜଣାଯାଇଛି।

 

Leave A Reply

Your email address will not be published.