Jai Odisha
News

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ,୪ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ପୁରୀ ,୮।୨:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ବୁଧବାର ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ମନ୍ଦିରର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ । ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ବନକଲାଗି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ, ବଡ଼ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ରପହୁଡ଼ ହେବାର ବିଧି ରହିଛି।

Leave A Reply

Your email address will not be published.