Jai Odisha
News

ଆଜି ଶ୍ରୀମନ୍ଦିରରେ ମହାପ୍ରଭଙ୍କୁ ଖସାପଡ଼ା ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ୦,୧/୦୮:   ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥି ଅବସରରେ ସୋମବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦଇତା ସେବକଙ୍କ ଦ୍ବାରା ଏହି ନୀତି ସମ୍ପାଦିତ ହେବ। ତେଣୁ ସୋମବାର ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି‌ପାରିବେ ନାହିଁ। ଖସାପଡ଼ା ନୀତି ମହାପ୍ରଭଙ୍କୁ ଗପ୍ତ ସେବା। ଏହି ସମୟରେ ଠାକୁରଙ୍କ ଦର୍ଶନକୁ ବାରଣ କରାଯାଇଥାଏ। ଖସାପଡ଼ା ନୀତି ଦ୍ୱାରା ଦାରୁ ବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ହୋଇଥାଏ । ଦଇତାପତିମାନେ ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା ସମ୍ପନ୍ନ କରିବେ । ଦ୍ୱିପହରଧୂପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ । ରଥଯାତ୍ରା ଅବସରରେ ଠାକୁରଙ୍କ ଶ୍ରୀଅଙ୍ଗକୁ ବାଧା ପହଞ୍ଚିଥାଏ । ଏଣୁ ଖସାପଡ଼ା ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ହୁଏ ।ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଏ।

Leave A Reply

Your email address will not be published.