Jai Odisha
News

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ ୧୪/୦୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଆଜି ଆଶ୍ବିନ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ  ।ଦ୍ବିତୀୟ ଭୋଗମଣ୍ଡପ ଶେଷପରେ ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଏଥିପାଇଁ ଅପରାହ୍ଣରେ ଠାକୁର ଦର୍ଶନ କଟକଣା ରହିବ । ବନକଲାଗି ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, କଳା ଆଦି ବ୍ୟବହାର କରାଯାଇଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି ।

Leave A Reply

Your email address will not be published.