Jai Odisha
News

ଆଜି ସନ୍ଧ୍ୟାରେ ବାତ୍ୟା ,୧୪ରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋଚ୍’

ନୂଆଦିଲ୍ଲୀ,୧୦ା୫ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ପରିଣତ ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ । ଏହା ଘନୀଭୂତ ହୋଇ ୧୧ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ  । ଅତି ଭୀଷଣ ବାତ୍ୟାରେ ପରିଣତ ହେବା ପରେ ରକର୍ଭ କରି ଗତି କରିବ ।ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆଜି ସନ୍ଧ୍ୟାରେ ବାତ୍ୟା ରୂପ ନେଇପାରେ।   ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆଜି ସନ୍ଧ୍ୟାରେ ବାତ୍ୟା ରୂପ ନେଇପାରେ। କ୍ରମଶଃ ଏହା ଘନୀଭୂତ ହୋଇ ୧୧ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ୧୧ ତାରିଖ ମଧ୍ୟରାତ୍ର ସୁଦ୍ଧା ଅତି ଭୀଷଣ ବାତ୍ୟା ରୂପ ନେଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ଅତି ଭୀଷଣ ବାତ୍ୟାରେ ପରିଣତ ପରେ ରିକର୍ଭ କରି ଗତି କରିପାରେ। ଏହାପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ବାଂଲାଦେଶ, ମିଆଁମାର ମୁହାଁ ହେବ। ୧୪ ପୂର୍ବାହ୍ନରେ କୋକ୍ସ ବଜାର, କ୍ୟାଉକିପିୟୁ ଠାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ସ୍ପଷ୍ଟ କରିଛି।

Leave A Reply

Your email address will not be published.