Jai Odisha
News

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୦୭/୦୮ : ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଏବଂ ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।    ଏପରିକି ଓଡ଼ିଶାର କେତେକ ଅଞ୍ଚଳରେ ବର୍ଷା ପ୍ରଭାବରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିନେଇ ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ । ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ରବିବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.