Jai Odisha
News

ଉତ୍ତର- ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,୪ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର ,୨୪।୦୮:  ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।୧୧ ଜିଲ୍ଲାରେ ବୁଧବାର ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି ହୋଇଛି । କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ନାହିଁ । କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

 

Leave A Reply

Your email address will not be published.