Jai Odisha
News

ଓଡ଼ିଶାରେ ନିଯୁକ୍ତି ହେବେ ୭୫୪୦ ହାଇସ୍କୁଲ ଶିକ୍ଷକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର,୧୧/୧୧: ରାଜ୍ୟରେ ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶକ୍ରମେ ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲର ପଦବୀ ପୂରଣ ହେବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବି ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।  ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା। ରାଜ୍ୟ ସରକାରଙ୍କ 5-T ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି।  କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। 5-T ରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି।  ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି।

Leave A Reply

Your email address will not be published.