Jai Odisha
News

ଓଡ଼ିଶାରେ ବିଜେଡ଼ି ବିଜେପି ଉପରେ ବର୍ଷିଲେ ରାହୁଲ ଗାନ୍ଧୀ

ଓଡ଼ିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ। ସାଲେପୁର କୁଳିଆରେ ନ୍ୟାୟ ସମାବେଶରେ ଯୋଗ ଦେଇ ବଡ ଘୋଷଣା କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଜନସଭାକୁ ସମ୍ବୋଧିତ କରି ରାହୁଲ କହିଛନ୍ତି ଯଦି କେନ୍ଦ୍ରରେ କଂଗ୍ରେସ ସରକାର ଗଢେ ତେବେ ୫ ଐତିହାସିକ ନିଷ୍ପତ୍ତି ନେବ ଯାହା କେହି କେବେ କଳ୍ପନା ମଧ୍ୟ କରିନଥିବେ । ଓଡ଼ିଶାରେ ବିଜେଡି-ବିଜେପି ଉଭୟ ଦଳ ଏକାଠି ମିଶିକି ଅଛନ୍ତି। ନବୀନ ବାବୁ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଏହାର ଫାଇଦା କିଛି ଲୋକଙ୍କୁ ମିଳୁଛି। ଓଡ଼ିଶାକୁ ପାଣ୍ଡିଆନ୍ ଚଳାଉଛନ୍ତି। ଏକଥା କହି ବିଜେଡି ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ। ମୋଦୀ ସରକାର ୨୨ ଜଣଙ୍କୁ କୋଟିପତି କରିଛନ୍ତି, କଂଗ୍ରେସ ସରକାର ଆସିଲେ, କୋଟି କୋଟି ଲୋକଙ୍କୁ ଲକ୍ଷପତି ବନାଇବୁ । ଏଥିସହ କମିଶନ ବସାଇବୁ, ଚାଷୀଙ୍କ ଋଣ ଛାଡ଼ କରିବୁ। ଆଶା ଓ ଅଙ୍ଗନୱାଡ଼ି ଦିଦିଙ୍କ ପାରିଶ୍ରମିକ ଦୁଇଗୁଣା କରିବୁ। ମନରେଗା ମଜୁରୀ ୪ ଶହ ଟଙ୍କା କରିବୁ। ଆଦିବାସୀଙ୍କୁ ଜଙ୍ଗଲ, ଜଳ, ଜମି ହସ୍ତାନ୍ତର କରାଯିବ ବୋଲି ରାହୁଲ ଗାନ୍ଧୀ ପ୍ରକାଶ କରିଛନ୍ତି। ସାଲେପୁରରେ ସାଧାରଣ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ କଂଗ୍ରେସ କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ରାହୁଲ ।

Leave A Reply

Your email address will not be published.