Jai Odisha
News

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୩।୪:ବାଲେଶ୍ୱର ଜିଲ୍ଲା ବାହନଗାରେ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଦୁଇଟି ସୁପର୍‌ ଫାଷ୍ଟ ଓ ଗୋଟିଏ ମାଲ୍‌ଗାଡ଼ି ମଧ୍ୟରେ ଦୁର୍ଘଟଣାରେ ୨୩୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଛି । ସେହିପରି ୯ ଶହ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ଏହି ଘଟଣାର ସ୍ଥିତିର ସମୀକ୍ଷା କରିବା ଲାଗି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସୁଛନ୍ତି । ପ୍ରଥମେ ପ୍ରଧାନମନ୍ତ୍ରୀ ଦୁର୍ଘଟଣାସ୍ଥଳ ବାଲେଶ୍ୱର ଯିବେ ଓ ଏହାପରେ କଟକ ବଡ଼ମେଡିକାଲ୍‌ରେ ଆହତ ରେଳଯାତ୍ରୀଙ୍କୁ ଭେଟିବେ । ଅଧିକ ପଢ଼ନ୍ତୁ:ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଭିଜି ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲେଶ୍ୱର ଦୁର୍ଘଟଣାର ସମୀକ୍ଷା କରୁଛନ୍ତି। ସ୍ଥିତିର ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଆସୁଛନ୍ତି। ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦି ଦୁର୍ଘଟଣାସ୍ଥଳ ବାଲେଶ୍ୱର ଜିଲ୍ଲା ବାହନଗା ଯିବେ ଓ ଏହାପରେ କଟକ SCB ମେଡିକାଲ୍‌ରେ ଆହତ ରେଳଯାତ୍ରୀଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

Leave A Reply

Your email address will not be published.