Jai Odisha
News

କଟକ ଚଣ୍ଡି ମନ୍ଦିରରେ ମା ଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

କଟକ,,୨୬।୭: କଟକ ଚଣ୍ଡୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଡ଼କ ପଥରେ ଯାଇ କଟକରେ ପହଞ୍ଚିଲେ ସେ। ସ୍ୱତନ୍ତ୍ର କାରକେଡର ସହ ରାଷ୍ଟ୍ରପତି କଟକ ଆସିଥିବାବେଳେ ପ୍ରଥମେ କଟକ ଚଣ୍ଡୀମନ୍ଦିର ପହଞ୍ଚି ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି। ମନ୍ଦିର ନିକଟରେ ହୁଳୁହୁଳିରେ କମ୍ପିଉଠିଲା ପରିବେଶ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ କରମର୍ଦନ କରିଛନ୍ତି। ଚଣ୍ଡୀମନ୍ଦିର ନିକଟରେ କଟକବାସୀଙ୍କ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହୋଇଛି। ଏପରିକି ଓଡ଼ିଆ ଝିଅ ଶ୍ରୀ ମୁର୍ମୁଙ୍କୁ ଭେଟିବା ପାଇ ବେଶ ଉତ୍ସାହିତ ରହିଛନ୍ତି କଟକବାସୀ।ପରେ ରାଷ୍ଟ୍ରପତି ଶୈଳଵାଳା ମହିଳା ମହାବିଦ୍ୟାଳୟରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ତାପରେ ନେତାଜୀ ସଂଗ୍ରହାଳୟରେ ନେତାଜୀଙ୍କୁ ମାଲ୍ୟାର୍ପଣ କରି ପରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି।  । ପରେ ମଧୁସୂଦନ ଦାସ ସଂଗ୍ରହାଳୟ ଓ ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ଏହାପରେ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିଅମରେ ହାଇକୋର୍ଟର 75 ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବା ପରେ SCBର ବାର୍ଷିକ ଉତ୍ସବରେ ମଧ୍ୟ ଯୋଗ ଦେବେ । ଏହାପରେ ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି

Leave A Reply

Your email address will not be published.