Jai Odisha
News

କଲେଜରେ ରାଗିଂ ସହି ନପାରି ବିଷ ପିଇଲେ ITI ଛାତ୍ର

ଭଦ୍ରକ ୧୦/୦୯ : କଲେଜରେ ରାଗିଂ ସହି ନପାରି ଭଦ୍ରକ ଜିଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ଜଣେ ଛାତ୍ର ବିଷ ପିଇ ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅଵସ୍ଥାରେ ଛାତ୍ରଙ୍କୁ ପ୍ରଥମେ ତିହିଡି ଓ ପରେ ଭଦ୍ରକ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନ ହେବାରୁ ସମ୍ପୃକ୍ତ ଛାତ୍ରଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଭଦ୍ରକ ଜିଲ୍ଲା ତିହିଡି଼ ବଜାରରେ ଥିବା ପୂର୍ଣ୍ଣଚନ୍ଦ୍ର ଆଇଟିଆଇ କଲେଜରେ ଘଟିଛି ଏହି ଅଘଟଣ । ଏନେଇ ଥାନା​‌ରେ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତକାଲି କଲେଜରୁ ଫେରିବା ପରେ ସମ୍ପୃକ୍ତ ଛାତ୍ର ବିଷ ପିଇ ଦେବାରୁ ଅଚେତ ହୋଇପଡ଼ିଥିଲେ। ଏହାପରେ ଗୁରୁତର ହୋଇ ପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ତିହିଡି଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। କଲେଜରେ ରାଗିଂ ପରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ଖବର ଲେଖାଯିବା ସୁଦ୍ଧା ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇନାହିଁ।  ଏ ସମ୍ପର୍କରେ କଲେଜ କର୍ତ୍ତୃପକ୍ଷଙ୍କ ମଧ୍ୟ ପ୍ରତିକ୍ରିୟା ମିଳିପାରିନି।

Leave A Reply

Your email address will not be published.