Jai Odisha
News

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କର୍ଣ୍ଣାଟକର ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ

ନୂଆଦିଲ୍ଲୀ,୪।୨: କର୍ଣ୍ଣାଟକ ନିର୍ବାଚନ ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଧର୍ମେନ୍ଦ୍ରଙ୍କ କର୍ଣ୍ଣାଟକ ବିଜେପିର ନିର୍ବାଚନ ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି । ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏହା ସହ ତାମିଲନାଡୁ ବିଜେପିର ଅଧ୍ୟକ୍ଷ କେ.ଅନ୍ନାମଲାଇଙ୍କୁ ନିର୍ବାଚନ ସହ-ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି । ବିଜେପି ଦ୍ୱାରା ଜାରି ଏକ ବୟାନରେ କୁହାଯାଇଛି ଯେ, ‘କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଆସନ୍ତା କର୍ଣ୍ଣାଟକ ନିର୍ବାଚନ ୨୦୨୩ ପାଇଁ ପ୍ରଭାରୀ ଓ ତାମିଲନାଡୁ ବିଜେପି ଅଧ୍ୟକ୍ଷ କେ. ଅନ୍ନାମଲାଇଙ୍କୁ ସହ-ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏପ୍ରିଲ-ମେ ମାସରେ ହେବାକୁ ଥିବା ନିର୍ବାଚନ ପାଇଁ ଉଭୟ ଶାସକ ଦଳ ଏବଂ ବିରୋଧୀ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।

 

Leave A Reply

Your email address will not be published.