Jai Odisha
News

କୋଭିଡ୍ କଟକଣାରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟ ସ୍ତରୀୟ ପରେଡ ଅନୁଷ୍ଠିତ

ଭୁବନେଶ୍ୱର ୨୬।୦୧:ଆଜି ସମଗ୍ର ଦେଶରେ ୭୩ ତମ ଗଣତନ୍ତ୍ର ଦିବସ ପାଳନ ଆରମ୍ଭ ହୋଇଛି। ଆଜି ସମୟ: ୮.୧୫ ରେ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟ ସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶ ଲାଲ ମୁଖ୍ୟ ଅତିଥି ଭବାରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ସମ୍ମାନିତ ଅଥିତି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅଭିବାଦନ ଗ୍ରହଣ କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଉଥିଲେ । ପ୍ରଥମ ଥର ପାଇଁ ଭାଗ ନେଇଛନ୍ତି ବିଏସଏଫ ଯବାନ । ସେହିପରି ପରେଡରେ ଭାଗ ନେଇଥିବା ସମସ୍ତ ସଦସ୍ୟଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା । ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୭୦ ଜଣ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିଲା । ସିସିଟିଭି ନଜରରେ ରହିଛି ଗାନ୍ଧିମାର୍ଗ । ଏଥି ସହ ଗାନ୍ଧିମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା ।

 

Leave A Reply

Your email address will not be published.