Jai Odisha
News

କୋରାପୁଟବାସୀଙ୍କୁ ୧୬୦୦ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଜୟପୁର,୩ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି।ସୂଚନାଯୋଗ୍ୟ ଯେ ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ   ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ । ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ। କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣ ଦେଇ ସେ କହିଲେ ଯେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି ।ଭିତ୍ତିଭୂମି ହିଁ ବିକାଶର ଆଧାର ବୋଲି ସେ ମତବ୍ୟକ୍ତ କରି କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥଇବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି।

Leave A Reply

Your email address will not be published.