Jai Odisha
News

ଗଞ୍ଜାମ, ସମ୍ବଲପୁର ଏବଂ ଝାରସୁଗୁଡାର ନଅଟି ସହରରେ ଗଡିବ ‘ମୋ ବସ୍‍’

ଭୁବନେଶ୍ବର, ୧୯।୫ : ରାଜ୍ୟର ଆଉ ୩ ଜିଲାକୁ ମୋ ବସ୍‌ ସେବା ସମ୍ପ୍ରସାରିତ କରିବାକୁ ନିଷ୍ପତ୍ତି ନିଆଯାଇଛି।  ଏ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି| ସହରାଞ୍ଚଳରେ ଉନ୍ନତ ବସ୍ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ବସ୍ ସେବାକୁ ସମ୍ବଲପୁର, ଝାରସୁଗୁଡା ଏବଂ ଗଞ୍ଜାମ ଜିଲ୍ଲାର ନଅଟି ସହରାଞ୍ଚକୁ ସାମିଲ ପାଇଁ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ସମ୍ବଲପୁର-ଝାରସୁଗୁଦା-ବ୍ରଜରାଜନଗର-ବେଲପାହର କ୍ଲଷ୍ଟର ଏବଂ ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ-ଦିଗପହଣ୍ଡି କ୍ଲଷ୍ଟର ଆଦି ରହିଥିବା ନେଇସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ସାଗରିକା ପଟ୍ଟନାୟକ। ମୋ ବସ୍‌ର ଏହି ସମ୍ପ୍ରସାରଣ ତିନିଟି ଜିଲ୍ଲାର ପ୍ରାୟ ୧୧,୬୧,୦୦୦ ସହରାଞ୍ଚଳ ଲୋକେଙ୍କୁ ପରିବହନ ସେବା ଯୋଗାଇଦେବ ବୋଲି ସେ କହିଛନ୍ତି।ସାଧାରଣ ପରିବହନ ବ୍ୟବସ୍ଥାକୁ ବୃଦ୍ଧି କରିବା ଏବଂ ଏହାର ନାଗରିକମାନଙ୍କର ବିକାଶମୂଳକ ଆବଶ୍ୟକତାକୁ ପୂରଣ କରିବା ପାଇଁ ଓଡ଼ିଶା ସରକାର ପ୍ରତିବଦ୍ଧ। ଏହି ଲକ୍ଷ୍ୟ ହାସଲ କରିବା ଦିଗରେ ସମ୍ବଲପୁର, ଝାରସୁଗୁଡା ଏବଂ ଗଞ୍ଜାମକୁ ମୋ ବସ୍ ସେବାର ସମ୍ପ୍ରସାରଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

Leave A Reply

Your email address will not be published.