Jai Odisha
News

ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ

ପୁରୀ, ୨୫/ ୦୫ : ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ|ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧକ୍ଷତାରେ ବସଥିବା ବୈଠକରେ ପୁରୀ ଜିଲ୍ଲାପାଳ, ଏସ୍‌ପି, ଶ୍ରୀମନ୍ଦିର ପ୍ରଶାସନିକ କର୍ମଚାରୀ ଓ ଛତିଶା ନିଯୋଗର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।ବୈଠକରେ ରାଜେନ୍ଦ୍ରାଭିଷେକ, ରକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟା ଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ନବଯୌବନ ଦର୍ଶନ ସହ ଶ୍ରୀଗୁଣ୍ଡିଚା ଯାତ୍ରାର ନୀତିକାନ୍ତି ସ୍ଥିର ହୋଇଛି । ଦୁଇବର୍ଷ ପରେ ରଥଯାତ୍ରାରେ ଭକ୍ତ ସାମିଲ ହେବାକୁ ଯାଉଛନ୍ତି, ତେଣୁ ଶୃଙ୍ଖଳିତ ନୀତିକାନ୍ତି ଉପରେ ମୁଖ୍ୟତଃ ଆଲୋଚନା କରାଯାଇଛି । ଏଥର ହାତୀ ବେଶ ଦର୍ଶନ ପାଇଁ ବୈଠକରେ ଅନୁମତି ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧକ୍ଷତାରେ ବସଥିବା ବୈଠକରେ ପୁରୀ ଜିଲ୍ଲାପାଳ, ଏସ୍‌ପି, ଶ୍ରୀମନ୍ଦିର ପ୍ରଶାସନିକ କର୍ମଚାରୀ ଓ ଛତିଶା ନିଯୋଗର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇସାରିଛି । ସ୍ନାନଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ସରିଛି । ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ ଅନୁମୋଦିତ ହୋଇଛି । ବୈଠକ ପରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Leave A Reply

Your email address will not be published.