Jai Odisha
News

ଦିଗପହଣ୍ଡି ଦୁର୍ଘଟଣା ; ସହାୟତା ରାଶି ଘୋଷଣା

ଗଞ୍ଜାମ, ୨୬ା୬:ଗଞ୍ଜାମ ଦିଗପହଣ୍ଡିରେ ଛକରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ୧୨ ଜଣ ଯାତ୍ରୀ । ଏଥିସହିତ ପ୍ରାୟ ୧୫ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଏହି ଦୁର୍ଘଟରାରେ ପ୍ରାଣ ହରାଇଥିବା ସମସ୍ତ ଯାତ୍ରୀମାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ଗଞ୍ଜାମ ଦିଗପହଣ୍ଡିରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଯାଇଛି । ଓଏସଆରଟିସି ବସ୍ ଏବଂ ଏକ ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଅନେକ ଯାତ୍ରୀ ମୃତାହତ ହୋଇଛନ୍ତି । ତେବେ ଜାଣିବାକୁ ମିଳିଛି ଯେ, ଘରୋଇ ବସରେ ଥିବା ଯାତ୍ରୀମାନେ ଏକ ବିବାହ ଉତ୍ସବକୁ ଯାଇଥିଲେ । ବ୍ରହ୍ମପୁରରୁ ବିବାହ ଉତ୍ସବ ସାରି ଖୁସି ମନରେ ଫେରୁଥିଲେ ଖଣ୍ଡଦେଉଳିକୁ । ଦିଗପହଣ୍ଡି ନିକଟରେ ଏକ ସରକାରୀ ବସ ଏବଂ ଘରୋଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗାଡିରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଲୋକ  ଆହତ ହୋଇଛନ୍ତି । ତେବେ ସମସ୍ତ ଆହତଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ରିପୋର୍ଟ ଅନୁସାରେ, ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୨ ଜଣଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ୨ ଶିଶୁ ରହିଛନ୍ତି । ଏହାସହିତ ଦୁର୍ଘଟଣାରେ ମୃତାହତଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ରାଶି ଯୋଗାଇ ଦିଆଯିବ । ସମସ୍ତ ମୃତକଙ୍କ ସମ୍ପର୍କୀୟ ଏବଂ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ଏଓଆରସି । ସେହିପରି ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ସମସ୍ତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଚିକିତ୍ସା ପାଇଁ ଏସଆରସିଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଛି । ସମସ୍ତ ଆହତଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ରିଲିଫ କମିନଶନର ।ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଥିବା ବେଳେ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

 

Leave A Reply

Your email address will not be published.