Jai Odisha
News

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ,ଶୁଭାରମ୍ଭ କରିବେ ବିଭିନ୍ନ ପ୍ରକଳ୍ପ

ଭୁବନେଶ୍ୱର ୩୦/୦୬: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଓ ଶୁଭାରମ୍ଭ କରିବେ  |  ଏହି ଗସ୍ତ କାର୍ଯ୍ୟକ୍ରମରେ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା ସହ , ଶିକ୍ଷା ଓ ରେଳ ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଭୂମି ପୂଜନ ଓ ଶୁଭାରମ୍ଭ କରିବେ । ରଥଯାତ୍ରା ଦିନ ଶ୍ରୀକ୍ଷେତ୍ର ଯାଇ ଶ୍ରୀଜିଉଙ୍କ ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ତାଳଚେର ଗସ୍ତ କରିବେ । ଏମ.ସି.ଏଲ.ର ୨ଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମି ପୂଜନ କରିବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭିଡିଓ କନଫରେନ୍ସିଂରେ ଯୋଗଦେବେ । ପରବର୍ତ୍ତୀ ପର୍ଯ୍ୟାୟରେ ଖୋର୍ଦ୍ଧା ରୋଡ୍ ଷ୍ଟେସନରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକ୍ରମରେ ସାମିଲ ହେବେ । ଜୁଲାଇ ୧ରେ ଧର୍ମେନ୍ଦ୍ର ପ୍ରଧାନ ପୁରୀରେ ସାମାଜିକ ସଂଗଠନ “ଆମେ ଓଡ଼ିଆ” ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହେବେ । ପୁରୀ ଶରଧାବାଲି ଠାରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗ ତରଫରୁ ମୋଦି ସରକାରଙ୍କ ୮ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପୂର୍ତ୍ତି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଧର୍ମେନ୍ଦ୍ର ।

Leave A Reply

Your email address will not be published.