Jai Odisha
News

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩୭୩୪ କରୋନା ପଜିଟିଭ୍

ନୂଆଦିଲ୍ଲୀ ୦୨/୦୮:  ଦେଶରେ  ଏବେ କରୋନା ସଂକ୍ରମଣ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗିଛି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.