Jai Odisha
News

ଧର୍ମଗଡ଼ ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ଦୁଇ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ.ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି. ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

 

Leave A Reply

Your email address will not be published.