Jai Odisha
News

ନବୀନଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୨୨ା୫: ଶପଥ ନେଲେ ତିନି ମନ୍ତ୍ରୀ।  ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି ।ସୋମବାର ରାଜ୍ୟର ତିନି ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। ରାଜ୍ୟ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ।ପଦ ଓ ଗୋପନୀୟତାର ପାଠ ପଢ଼ାଇଲେ ରାଜ୍ୟପାଳ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଚାଲିଥିଲା । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଛନ୍ତି । ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ।ଏ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହୋଇଥିଲେ । ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

Leave A Reply

Your email address will not be published.