Jai Odisha
News

ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୪।୦୩ : ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ   ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି   । ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ ହେବ ଭୋଟ୍ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ହେବ । ଚଳିତ ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବା ବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ। ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି ।

Leave A Reply

Your email address will not be published.