Jai Odisha
News

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧୀପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୪ା୫: ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧୀ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଫାଇବ୍‍ ଟି ସଚିବ ଭି.କେ. ପାଣ୍ଡିଆନ୍‍ ଗତ ମାର୍ଚ୍ଚ ମାସରେ ମୟୂରଭଞ୍ଜ ଗସ୍ତରେ ଯାଇଥିବାବେଳେ ପଣ୍ଡିତ ମୁର୍ମୁଙ୍କ ଜନ୍ମସ୍ଥାନ ଦାଣ୍ଡବୋଷ ଯାଇ ତାଙ୍କ ସମାଧୀସ୍ଥଳ ପରିଦର୍ଶନ କରିଥିଲେ । ତାଙ୍କ ସ୍ମୃତିପୀଠର ବିକାଶ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ । ଏହାପରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ସୂଚନା ଅନୁସାରେ ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦନା ସର୍ବବିଦିତ । ପଣ୍ଡିତ ମୁର୍ମୁ ଅଲ୍‍ ଚିକି ଲିପିର ଉଦ୍ଭାବନ କରିଥିଲେ ।ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ। ପଣ୍ଡିତ ମୁର୍ମୁ ଅଲଚିକି ଲିପି ଉଦ୍ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି । ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି। ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି । ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।ସୂଚନା ଅନୁଯାୟୀ, ଏହି ଅର୍ଥରେ ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଆଉ ୭୫ଲକ୍ଷ ଟଙ୍କା, କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା, ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା, ଡର୍ମିଟୋରୀ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧କୋଟି ଟଙ୍କା, କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ଲକ୍ଷ ଟଙ୍କା, ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଏବଂ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ।

Leave A Reply

Your email address will not be published.