Jai Odisha
News

ପଶ୍ଚିମ ମେକ୍ସିକୋରେ ଭୂମିକମ୍ପ,ରିକ୍ଟର ସ୍କେଲରେ ୭.୬ ତୀବ୍ରତା

ମେକ୍ସିକୋ  , ୨୦/୦୯: ଭୂକମ୍ପରେ ଦୋହଲିଲା ଆମେରିକାର  ପଶ୍ଚିମ ମେକ୍ସିକୋରେ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ରେକର୍ଡ କରାଯାଇଛି ।ଭୂକମ୍ପରେ ତୀବ୍ରତା ଏତେ ଥିଲା ଯେ,ଲୋକେ ଘରୁ ବାହାରି ପଳାଇଆସିଥିଲେ ।  ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ରେକର୍ଡ କରାଯାଇଛି । ତେବେ ଭୂକମ୍ପ ଯୋଗୁଁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇନାହିଁ । ରିପୋର୍ଟ ଅନୁଯାୟୀ, ୭.୬ ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଯୋଗୁଁ ଅନେକ ଅଟ୍ଟାଳିକା କ୍ଷତିଗ୍ରସ୍ତ ହୋଇଛି । କୁହାଯାଉଛି ସ୍ଥାନୀୟ ସମୟ ମଧ୍ୟାହ୍ନ ୧.୦୫ ରେ ଏହି ଭୂକମ୍ପ ଘଟିଛି । ମାଇକୋଚାନ୍ ରାଜ୍ୟର ଲା ପ୍ଲାସିଟା ଡି ମୋରେଲୋସ୍ ସହରରେ ଏହାର କେନ୍ଦ୍ର କୁହାଯାଉଛି । ରାଜଧାନୀ ମେକ୍ସିକୋ ସିଟି ପର୍ଯ୍ୟନ୍ତ ଏହି ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା । ପ୍ରବଳ ଭୂକମ୍ପ ପରେ ସୁନାମି ଆଲର୍ଟ ମଧ୍ୟ ଜାରି କରାଯାଇଛି । ମେକ୍ସିକୋର କୋଲିମା ରାଜ୍ୟର ଏକ ମଲରେ ଅବସ୍ଥିତ ଏକ ଜିମ୍ ଭୂକମ୍ପ ଦ୍ୱାରା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ।

Leave A Reply

Your email address will not be published.