Jai Odisha
News

ପୁଞ୍ଚରେ ସହିଦ ଦେବାଶିଷ ବିଶ୍ବାଳଙ୍କ ପରିବାରକୁ ପଚିଶ ଲକ୍ଷର ଅନୁକମ୍ପା ରାଶି

ଭୁବନେଶ୍ୱର,୨୨।୪ : ସହିଦ ପରିବାରକୁ ୨୫ ଲକ୍ଷର ସହାୟତା ରାଶି । ପୁଞ୍ଚରେ ଆତଙ୍କୀ ଆକ୍ରମଣରେ ସହିଦ ଦେବାଶିଷଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ  ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.