Jai Odisha
News

ପୁଣି ରାଜ୍ୟରେ ବର୍ଷା ସମ୍ଭାବନା : ବିଭିନ୍ନ ଜିଲ୍ଲାକୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ଛାଇ ଆଲୁଅର ଖେଳ ଖେଳୁଛି ପାଣିପାଗ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥବ ସହିତ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ସୂଚନା ଅନୁଯାୟୀ , ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ସକ୍ରିୟ ଥିବା ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଚଳାଚଳ ପ୍ରବେଶ କରିଥିବାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସାଙ୍ଗକୁ ଘନ କୁହୁଡି ହେବାର ସମ୍ଭାବନା ମଧ୍ୟ ରହିଛି।

Leave A Reply

Your email address will not be published.