Jai Odisha
News

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର ୨୯।୧:   ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ସିଟ୍ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇଛି । ଏନେଇ  ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ଦିଆଯାଇଛି । ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ହୋଇଛି । ଭୁବନେଶ୍ୱର ଓ ବ୍ରହ୍ମପୁର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ହେଲେ କଟକ ମେୟର ଆସନ ଅଣ ସଂରକ୍ଷିତ ରଖାଯାଇଛି ।ସେହିପରି ବ୍ରହ୍ମପୁର, କଟକ, ଭୁବନେଶ୍ୱର ମହାନଗର ନିଗମ ପାଇଁ ଓ୍ୱାର୍ଡ ସୀମା ନିର୍ଦ୍ଧାରଣ ଚୂଡ଼ାନ୍ତ ହୋଇଛି। ସୀମା ନିର୍ଦ୍ଧାରଣ ସହ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ନେଇ ବି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ ବ୍ରହ୍ମପୁର ମହାନଗର ନିଗମର ମୋଟ୍ ୪୨ଟି ଓ୍ୱାର୍ଡରୁ ୨୩ଟି ଓ୍ୱାର୍ଡ ସଂରକ୍ଷିତ ରହିଛି। ଏଣେ କଟକରେ ମୋଟ୍ ୫୯ଟି ଓ୍ୱାର୍ଡରୁ ୩୩ଟି ୱାର୍ଡ ସଂରକ୍ଷିତ ରହିଛି। ଅପରପକ୍ଷରେ ଭୁବନେଶ୍ୱର ମହାନଗର ନିଗମର ୬୭ଟି ଓ୍ୱାର୍ଡରୁ ୩୮ଟି ସଂରକ୍ଷିତ ଥିବା କୁହାଯାଇଛି।

Leave A Reply

Your email address will not be published.