Jai Odisha
News

ବଙ୍ଗୋପସାଗରରେ ଲଘୁଚାପ,୧୦ ତାରିଖରେ ସାମୁଦ୍ରିକ ଝଡ

ଭୁବନେଶ୍ୱର,,୮।୫: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ବାତ୍ୟାର ଆଶଙ୍କା ଘନେଇଥିବା ବେଳେ ଲଘୁଚାପ ବଳୟ ସୃଷ୍ଟି ହେଇଛି । ସେପଟେ ପୁଣିଥରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇ ଥିବା ବେଳେ  କାଲିଠାରୁ ପାଗ ପରିର୍ବତ୍ତନ ହେବ ସହିତ କାଲି ଠାରୁ ପ୍ରବଳ ବର୍ଷା ହେବ ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ବର୍ତ୍ତମାନ ରାଜ୍ୟର ୧୩ଟି ସ୍ଥାନରେ ଦିନର ତାପମାତ୍ରା ୩୭ ଡିଗ୍ରୀ ପାର କରିଥିବା ବେଳେ ସର୍ବାଦିକ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ବାଂଲାଦେଶ, ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା। ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଆଜି ସୂଚନା ଦେଇଛନ୍ତି, ‘୧୨ ତାରିଖ ପରେ ବାତ୍ୟା ଉପକୂଳ ଛୁଇଁପାରେ। ପୂର୍ବାନୁମାନ ଅନୁସାରେ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।’ ‘୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହୋଇପାରେ। ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ଗତିପଥ ବଦଳାଇପାରେ। ବାତ୍ୟାର ଗତିପଥ ବଦଳି ବାଂଲାଦେଶ, ମିଆଁମାର ମୁହାଁ ହେବାର ସମ୍ଭାବନା ରହିଛି’ ବୋଲି IMD ଡିଜି ସୂଚନା ଦେଇଛନ୍ତି। ୧୨ ତାରିଖରେ ବାତ୍ୟା ବାଂଲାଦେଶ, ମିଆଁମାର ଉପକୂଳ ଛୁଇଁପାରେ। ତେଣୁ ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି, ତୁରନ୍ତ ଚାଲି ଆସିବାକୁ କୁହାଯାଇଛି।

Leave A Reply

Your email address will not be published.