Jai Odisha
News

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି , ୨୪ ଘଣ୍ଟାରେ ଡିପ୍ରେସନ୍‌

ଭୁବନେଶ୍ୱର,୧୮/୦୮: ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପନେବାର ସମ୍ଭାବନା । ବାଂଲାଦେଶ ଓ ମିଆଁମାର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । କ୍ରମେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ଲଘୁଚାପ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବିସ୍ତୃତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ବିଶେଷ କରି ୧୮, ୧୯ ଏବଂ ୨୦ ତାରିଖ ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଏବଂ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୧୯ ତାରିଖରେ ୧୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଜିଲ୍ଲା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି। ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ|

Leave A Reply

Your email address will not be published.