Jai Odisha
News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଝଡ଼ବର୍ଷା ସହ କାଳବୈଖାଖୀ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏ ନେଇ ଆଜି ଭାରତୀୟ ପାଣିପାଗ ବିଭାଗ ଆଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଘନୀଭୂତ ହେଉଛି ବିପର୍ଯ୍ୟୟ । ଏହା କେତେ ପରିମାଣରେ ଭୟଙ୍କର ରୂପ ନେବ ତାହା ଆକଳନ କରିହେଉନି । ଗୋଆ ଠାରୁ ୮୪୦ କିମି ଥିବା ବେଳେ ମୁମ୍ବାଇ ଠାରୁ ୮୭୦ କିମି ଦୂରରେ ଏହା ରହିଛି । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଦୁଇ ଦିନରେ ଉତ୍ତର ଉତ୍ତରପଶ୍ଚିମକୁ ଏହା ଗତି କରିବ ।  ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ, ଏହି ସମୟ ମଧ୍ୟରେ ଦିନ ସମୟରେ ଆକାଶରୁ ନିଆଁ ବର୍ଷିବା ସହ ଅପରାହ୍ନ/ ସନ୍ଧ୍ୟା ବେଳକୁ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୦ ତାରିଖ ଶନିବାର ଅପରାହ୍ନ ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.