Jai Odisha
News

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ,୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପ୍ରଭାବରେ ଆସନ୍ତା ୨ ଦିନ ପ୍ରବଳ ବର୍ଷା ସମ୍ଭାବନା ।  ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଖୋର୍ଦ୍ଧା ଓ ପୁରୀ ବ୍ୟତୀତ କଟକ ଓ ଜଗତସିଂହପୁରର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ଜଣାପଡ଼ିଛି ।ଆଜିଠୁ ତିନି ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଏବଂ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତର ରୂପ ନେଇପାରେ। ପରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜିଠୁ ୨୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ।

Leave A Reply

Your email address will not be published.