Jai Odisha
News

ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ

ଭୁବନେଶ୍ବର ୨।୫  : ଆସନ୍ତା ୬ ତାରିଖରେ ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଏହା ବାତ୍ୟାର ରୂପ ନେବ ବୋଲି ଆଶଙ୍କା କରାଯାଉଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବା ଆଶଙ୍କା ରହିଛି । ତେବେ ବାତ୍ୟାରେ ପରିଣତ ହେବ କି ନାହିଁ, ଏନେଇ କୌଣସି ସ୍ପଷ୍ଟ କରାଯାଇନାହିଁ । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ ।ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ପ୍ରସ୍ତୁତି ଓ ନିର୍ଦ୍ଦେଶ ନେଇ SRC ସତ୍ୟବ୍ରତ ସାହୁ ପ୍ରେସ୍‌ମିଟ୍‌ରେ ଏହି ସୂଚନା ଦେଇଛନ୍ତି। ପ୍ରେସ୍‌ମିଟ୍‌ରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି, ‘ପୂର୍ବରୁ ମେ’ରେ ବାତ୍ୟା ହେଉଥିବାରୁ, ଆମେ ପ୍ରସ୍ତୁତି କରିଛୁ। ଆଜି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। କାଲିଠାରୁ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଚାଲିଛି।’ ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ। ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ସମୀକ୍ଷା କରି ସାରିଛନ୍ତି। ତେବେ ସାଧାରଣତଃ ଗ୍ରୀଷ୍ମକାଳୀନ ବାତ୍ୟା ଏପ୍ରିଲ କିମ୍ବା ମେ ମାସରେ ଆସିଥାଏ। ଯାହାର ଅନୁମାନ ଲଗାଇବା କଷ୍ଟକର ହୋଇଥାଏ। ତେବେ ଯଦି ଲଘୁଚାପ ବାତ୍ୟାର ରୂପ ନିଏ ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ଏଥିପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏହି ଲଘୁଚାପ ସମ୍ପର୍କରେ ଟିକନିକ୍ ଖବର ରଖିବା ପାଇଁ ଗତକାଲିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସେବା ଆରମ୍ଭ ହୋଇଛି। ୨୪ ଘଣ୍ଟା ଅଫିସରମାନେ ଏହି କଣ୍ଟୋଲ ରୁମରେ ରହିବା ସହିତ ପ୍ରତିଟି ସୂଚନା ରଖିବେ। ତା ସହିତ ଜିଲ୍ଲାପାଳଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବା ସହିତ ଆବଶ୍ୟକସ୍ଥଳରେ ସ୍କୁଲ ଗୃହକୁ ମଧ୍ୟ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରଖିବାକୁ ନିର୍ଦେଶ ଦିଆଯାଇଛି ବୋଲି ଏସଆରସି ସୂଚନା ଦେଇଛନ୍ତି।

Leave A Reply

Your email address will not be published.