Jai Odisha
News

ବାହାନଗାରେ ସ୍ଥିତି ଅନୁଧ୍ୟାନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୪: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଛାୟା ।   ଏବେ ଦୁର୍ଘଟଣା ସ୍ଥଳରେ ପହଞ୍ôଚଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଦୁର୍ଘଟଣା ସ୍ଥଳରେ  ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି ଓଡ଼ିଶା ଆସି ଘଟଣାସ୍ଥଳ ପରିଦର୍ଶନ କରିବେ। । ହେଲିକପଟରରେ ଆକାଶ ମାର୍ଗରୁ ମମତା ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ।ଶୁକ୍ରବାର ସନ୍ଧ୍ୟାରେ ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଏକ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଯାଇଛି । ବାହାନଗା ଷ୍ଟେସନ ନିକଟରେ କରୋମାଣ୍ଡେଲ ଏକ୍ସପ୍ରେସ ଏବଂ ମାଲବାହୀ ଟ୍ରେନ୍ ଧକ୍କା ହେବା ଫଳରେ ହଜାର ହଜାର ଲୋକ ଆହତ ହୋଇଥିବା ବେଳେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ୨୮୮ ଛୁଇଁଛି । କିନ୍ତୁ ଏହା ଦେଶର ପ୍ରଥମ ବଡ଼ ଟ୍ରେନ୍ ଦୁର୍ଘଟଣା ନୁହେଁ। ଏହାପୂର୍ବରୁ ମଧ୍ୟ ଭାରତରେ ଅନେକ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି।

Leave A Reply

Your email address will not be published.