Jai Odisha
News

ବ୍ରହ୍ମପୁର ଆସିବେ ରାଷ୍ଟ୍ରପତି

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଆସିବେ ମହାମହିମ

ବ୍ରହ୍ମପୁର : ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରହ୍ମପୁର ଆସିବେ. ଆସନ୍ତା ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ହେବାକୁ ଥିବା ୨୫ ତମ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି. ଏ ନେଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ସୂଚନା ଦେଇଛନ୍ତି। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହି କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ଦିଆଯାଇଥିବା ସେ କହିଛନ୍ତି.

 

Leave A Reply

Your email address will not be published.