Jai Odisha
News

ଭିଜିଲାନ୍ସ ଜାଲରେ ପୁଲିସ କର୍ମଚାରୀ

କୋରାପୁଟ,୨୮।୭:ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ପୁଲିସ କର୍ମଚାରୀ। ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନାର ମହିଳା ଏଏସ୍‌ଆଇ ଦୀପିକା ହୀରା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି। ଏହି ଲାଞ୍ଚ କାରବାରରେ ଥାନାର ଆଉ କେହି କର୍ମଚାରୀ ସଂପୃକ୍ତ ଅଛନ୍ତି ନା ନାହିଁ, ସେ ନେଇ ଯାଞ୍ଚ କରୁଛନ୍ତି ଭିଜିଲାନ୍ସ ଅଧିକାରୀ।  ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ମହିଳା ପୁଲିସ କର୍ମଚାରୀ। କୋରାପୁଟ ଜିଲା ଦଶମନ୍ତପୁର ଥାନାର ମହିଳା ଏଏସଆଇ ଦୀପିକା ହୀରା ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୌଶଳକ୍ରମେ ତାଙ୍କୁ ଧରିଛି ଭିଜିଲାନ୍ସ। ଏଥିସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି।

 

Leave A Reply

Your email address will not be published.