Jai Odisha
News

ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର ୦୯। ବ୍ରହ୍ମପୁର ବିଦ୍ୟୁତ ବିଭାଗ କାର୍ଯ୍ୟନିର୍ବାହିୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ଜଗନ୍ନାଥଙ୍କ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି । ବ୍ରହ୍ମପୁର, ଛତ୍ରପୁର ଓ ଭୁବନେଶ୍ୱରର ୫ଟି ସ୍ଥାନରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି ।  ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଗ୍ରାମ୍ୟ ଉନ୍ନୟନ ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ବାସଭବନ ସମେତ ବିଭିନ୍ନ ସ୍ଥାନରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ ।

Leave A Reply

Your email address will not be published.