Jai Odisha
News

ମହିଳା କର୍ମଚାରୀଙ୍କ ପାଇଁ ଆଉ ଏକ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ।

ମହିଳା କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ମହିଳାଙ୍କ ବାର୍ଷିକ ସାମୟିକ ଛୁଟିର ଅବଧି ବୃଦ୍ଧି କରିଛନ୍ତି । ବିଭିନ୍ନ ସମୟରେ ଓଡ଼ିଶା ସରକାର ମହିଳାଙ୍କ ପାଇଁ ବହୁ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ।ସୂଚନା ଅନୁଯାୟୀ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି।ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ମହିଳା କର୍ମଚାରୀଙ୍କ ପାଇଁ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave A Reply

Your email address will not be published.