Jai Odisha
News

ମିଶନ ଶକ୍ତି ଗୋଷ୍ଠୀଙ୍କୁ ମେଗା ଋଣ ପ୍ରଦାନ : ରାଜ୍ୟ ସରକାର

ଭୁବନେଶ୍ବର,୬।୧:ଓଡିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ମେଗା ଋଣ ପ୍ରଦା ନକାର୍ଯ୍ୟକ୍ରମ। ଏଥିରେ ସହଯୋଗର ହାତ ବଢାଇଛି ଓଡିଶା ଗ୍ରାମ୍ୟ ବ୍ୟାଙ୍କ। ମୁଖ୍ୟମନ୍ତ୍ରୀଙ୍କ ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ମିଶନ ଶକ୍ତିର ମା’ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ। ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ। ଏକାଦିନରେ କେବଳ ମା ମାନଙ୍କ ପାଇଁ ଏତେ ବଡ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖାଏ ଋଣ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କାର ଋଣ ମିଳିଥିଲା।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ମଲ୍‌ଟି ପରପୋଜ୍‌ ମୋବାଇଲ୍‌ ଭ୍ୟାନ୍‌ କମ୍‌ ଏଟିଏମ୍‌କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ସୂଚନାଯୋଗ୍ୟ ଯେ ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଗ୍ରାମାଞ୍ଚଳରେ ବିଶେଷକରି ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ।ଏହି ଅବସରରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା ଓ ଓଡିଶାର ରୂପାନ୍ତରରେ ଭାଗୀଦାର ହେବାପାଇଁ ବ୍ୟାଙ୍କର୍ସ ମାନଙ୍କୁ ଆହ୍ବାନ ଜଣାଇଛନ୍ତି ।

Leave A Reply

Your email address will not be published.