Jai Odisha
News

ମୃତ ପୋଲିଂ ଅଧିକାରୀଙ୍କ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା: ନିର୍ବାଚନ ଅଧିକାରୀ

ଭୁବନେଶ୍ବର,୩/୧୧: ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ମତଦାନ ଜାରି ରହିଛି। ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ନିୟୋଜିତ ଫାର୍ଷ୍ଟ ପୋଲିଂ ଅଫିସର୍ ନଟବର ମୁଣ୍ଡାଙ୍କ ଅକାଳ ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା। ସେ ନିଜର ଅସୁସ୍ଥତା ସଂପର୍କରେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ସୂଚିତ କରିବା ପରେ ବି ତାଙ୍କୁ ନିର୍ବାଚନ ଦାୟିତ୍ବ ଦିଆଯାଇଥିବା ଅଭିଯୋଗ ହୋଇଛି।ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ସାମ୍ବାଦିକ ସମ୍ମିଳନୀରେ ଅଧିକ ସୂଚନା ଦେଇଛନ୍ତି। ସେ କହିଛନ୍ତି,  ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨.୩୬ ପ୍ରତିଶତ ମତଦାନ ହୋଇଛି। ସକାଳ ୯ଟା ସୁଦ୍ଧା ୧୦.୨୫ ପ୍ରତିଶତ ମତଦାନ ହୋଇଥିଲା। ୧୫, ୬୯ , ୭୪ , ୭୫ ଓ ୧୬୫ ନଂ ବୁଥ୍ ଇ ଭି ଏମ୍ ରେ ସାମାନ୍ୟ ତ୍ରୁଟି ଥିଲା। ଏହାକୁ ପୁନଃ କାର୍ଯ୍ୟକ୍ଷମ କରାଯାଇଛି। ଏହାଛଡ଼ା ଅନ୍ୟ କୌଣସି ବୁଥରେ କୌଣସି ଅପ୍ରୀତିକର ଘଟଣା ଘଟିନାହିଁ। ନିୟମ ଅନୁଯାୟୀ, ମୃତ ପୋଲିଂ ଅଧିକାରୀ ନଟବର ମୁଣ୍ଡାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.